ଆଜି ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାରୋଟି ବର୍ଗର ଶ୍ରମିକ ଯଥା- ଅଣଗୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଏଂବ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ୱାରା ଉପକୃତ ହେବେ । ତେବେ ଅଣକୁଶଳୀ ଶ୍ରମିକଙ୍କ ମଜୁରୀ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ ରୁ ୫୦୦କୁ, କୁଶଳୀ ଶ୍ରମିକଙ୍କ ମଜୁରୀ ୪୪୨ରୁ ୫୫୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀକୁ ୫୦୨ ଟଙ୍କାରୁ ୬୦୦ ଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକୃତ ହେବେ ।