ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ଆଜି ସୁନ୍ଦରଗଡ଼ ଜିଲ୍ଲା ରୁ ଆଜି ତୀର୍ଥ ଯାତ୍ରୀ ମାନେ ସମ୍ବଲପୁର ଅଭିମୁଖେ ଯାତ୍ରା କରିଛନ୍ତି। ସମ୍ୱଲପୁର ରୁ କଲିକତା ଏବଂ କାମାକ୍ଷା ଅଭିମୁଖେ ଯାତ୍ରା କରିବେ। ଏହି ଅବସରରେ ଆଜି ସ୍ଥାନୀୟ ବିକାଶ ଭବନ ଠାରେ ବିଭିନ୍ନ ବ୍ଲକରୁ ଆସିଥିବା ତୀର୍ଥ ଯାତ୍ରୀ ମାନଙ୍କର ବସ କୁ ଉପ ବାଚସ୍ପତି , ଓଡ଼ିଶା ବିଧାନସଭା, ଶ୍ରୀ ଭବାନୀ ଶଙ୍କର ଭୋଇ , ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ, ସୁନ୍ଦରଗଡ଼ ପୌର ପରିଷଦ ର ଅଧ୍ୟକ୍ଷା ଶ୍ରୀମତୀ ତନୟା ମିଶ୍ର , ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ ଉପସ୍ଥିତ ଥିଲେ। ଏଥିରେ ଜିଲ୍ଲା ରୁ ମୋଟ ୧୬୪ ଜଣ ତୀର୍ଥଯାତ୍ରୀ ସାମିଲ ହୋଇଛନ୍ତି । ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ତୀର୍ଥ ଯାତ୍ରୀଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।