ଭୁବନେଶ୍ୱର : ରାଜ୍ୟରେ କୋଭିଡ୍ ନିୟମାବଳୀ କଡ଼ାକଡ଼ି ଭାବେ ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇ ସାରିଲେଣି। ଏବେ ସ୍କୁଲ ଗୁଡିକରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ପାଠ ପଢା ଚାଲିଥିବାରୁ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ ରହିଛି । ସ୍କୁଲ ଚାଲିଥିବା ସମୟରେ କୋଭିଡ କଟକଣା ପାଳନ କରିବାକୁ ଶିକ୍ଷା ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଏପରି ସ୍ଥିତିରେ ସ୍କୁଲ ଖୋଲି ସାରିଥିବା ବେଳେ କରୋନା ଯେପରି ନବ୍ୟାପେ ସେଥିନିମନ୍ତେ କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ଡିଇଓଙ୍କୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ଚିଠି ଲେଖିଲେ । ଏସ୍ଆରସି ଜାରି କରିଥିବା ଗାଇଡଲାଇନ୍ ପାଳନ ପାଇଁ ଗଶଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସ୍କୁଲମାନଙ୍କରେ ସାନିଟେସନ କାର୍ଯ୍ୟ କରାଇବାକୁ ନିର୍ଦ୍ଦେଶ ଜାରି ହୋଇଛି । ସେହିପରି କୋଭିଡ-୧୯ ନିରାପତ୍ତା ମାନିବା ପାଇଁ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱକୁ ବାଧ୍ୟତାମୁଳକ କରାଯାଇଛି । ଥର୍ମାଲ ସ୍କ୍ରିନିଂ, ହ୍ୟାଣ୍ଡ ୱାସ ଓ ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ ହୋଇଛି ।