ସୁନ୍ଦରଗଡ଼; ୨୦୦ରେ ପହଞ୍ଚିଲାଣି ସ୍କ୍ରବ ଟାଇଫସ । ଆଜି ପୁଣି ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୭ ଆକ୍ରାନ୍ତ । ଔଷଧ ମହଜୁଦ ରହିଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସୂଚନା ଦେଇଛନ୍ତି । ୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିମଧ୍ୟରୁ ୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି୧୦ ପଜିଟିଭ୍ ଚିହ୍ନଟ ହୋଇଥିଲେ ।ଏହା ସହ ସଂଖ୍ୟା୨୦୦ରେ ପହଞ୍ଚିଛି । ତେବେ ଏହା ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ହୋଇଥିବା ପରୀକ୍ଷାର ରିପୋର୍ଟ। ଘରୋଇ ଭାବେ ପ୍ରକାଶିତ ତଥ୍ୟାନୁସାରେ ଆକ୍ରାନ୍ତ ସଂଖ୍ୟା ୫ ଶହ ଟପି ଯାଇଥିବା କୁହାଯାଉଛି। କେବଳ ରାଜଗାଙ୍ଗପୁରର ଏକ ଘରୋଇ କ୍ଲିନିକରେ ୧୫୦ରୁ ଅଧିକ ସ୍କ୍ରବ୍ ଟାଇଫସ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।