ଭୁବନେଶ୍ୱର(ଏନଏନଏସ୍): ବଢ଼ିବ ଯୁକ୍ତ ଦୁଇ ସିଟ୍ ସଂଖ୍ୟା। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦରେ ଆଉ ୧୩ ହଜାର ସିଟ୍ ବୃଦ୍ଧି କରାଯିବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି । ସୂଚନାଯୋଗ୍ୟ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ୨୦୨୩-୨୪ ଶିକ୍ଷାବର୍ଷରୁ ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲିବାକୁ ଯାଉଛନ୍ତି ରାଜ୍ୟ ସରକାର।
ଏନେଇ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୩ ହଜାର ସିଟ୍ ବୃଦ୍ଧି କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଣଶିକ୍ଷା ବିଭାଗର ବାର୍ଷିକ ସମୀକ୍ଷା ପରେ ବିଭାଗ ପକ୍ଷରୁ ଏହି ସୂଚନା ପ୍ରକାଶ ପାଇଛି ।