ଢେଙ୍କାନାଳ(ଏନଏନଏସ୍): ଢେଙ୍କାନାଳ ମେରାମଣ୍ଡଳି ସ୍ଥିତ ଟାଟା ଷ୍ଟିଲ ପ୍ଲାଣ୍ଟରେ ବଡ଼ ଧରଣର ଅଘଟଣ । ଷ୍ଟିମ୍ ପାଇପ୍ ଲାଇନ୍ ଫାଟି ୧୯ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପହଞ୍ଚି ପଚରାଉଚରା କରିବା ସହ ତଦନ୍ତ ଆରମ୍ଭ କରିଛି ।