ଭଦ୍ରକ(ଏନ୍ଏନ୍ଏସ୍): ନଦୀରେ ଗାଧୋଇବାକୁ ଯାଇ ବୁଡିଗଲେ ୪ ଜଣ ଛାତ୍ର । ୪ଜଣ ଛାତ୍ର ସାଙ୍ଗ ହୋଇ ଗାଧୋଇବାକୁ ଯାଇଥିବା ବେଳେ କୌଣସି କାରଣରୁ ବୁଡିଯାଇଛନ୍ତି । ଏହିପରି ଅଘଟଣ ଘଟିଛି ଭଦ୍ରକ ଜିଲ୍ଲା ଦେଇ ପ୍ରବାହିତ ନାଳିଆ ନଦୀରେ। ଏନେଇ ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ସେଠାରେ ୩ ଜଣ ଛାତ୍ରଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ଏହି ୩ ନାବାଳକ ହେଲେ ହରିହରପୁରର ପ୍ରଣୟ ଲେଙ୍କା(୧୭), ଶ୍ରୀଧରପୁରର ସ୍ମୃତିରଂଜନ ସ୍ବାଇଁ (୧୭) ଓ ରଜତ ଜେନା(୧୬)।
ସୂଚନା ଅନୁଯାୟୀ, ଗ୍ରାମାଞ୍ଚଳ ଥାନା ଅଧିନ ଲାଙ୍ଗୁଡ଼ି ଅଞ୍ଚଳର ୪ ଜଣ ସାଙ୍ଗ ଗାଧୋଇବା ବେଳେ ବୁଡି ଯାଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ ଉଦ୍ଧାର ହୋଇଥିବା ବେଳେ ୩ ଜଣ ବୁଡି ଯାଇଥିଲେ । ସ୍ଥାନୀୟ ଲୋକେ ଉଦ୍ଧାର କରି ଭଦ୍ରକ ମେଡିକାଲକୁ ଆଣିଥିବା ବେଳେ ୩ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।