ରାଜ୍ୟରେ ଆଜି ଆଉ ୨୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଏ ନେଇ ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲଏସ) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଗତ ଶନିବାର ୧୪ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ | ସେମାଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହୋଇଥିଲା। ସୂଚନାଯୋଗ୍ୟ ଯେ ଡିସେମ୍ବର ୨୧ତାରିଖରେ ୨ଜଣ, ୨୩ରେ ୨, ୨୬ରେ ୪, ୨୯ରେ ଜଣେ, ୩୦ରେ ୫, ଜାନୁଆରି ୨ରେ ୨୩, ୫ରେ ୨୪, ୮ରେ ୧୪ଜଣ ଓ ୧୦ରେ ୨୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାନୁଆରୀ ୧୫ ସୁଦ୍ଧା କରୋନା ସଂକ୍ରମଣ ଶୀର୍ଷ ଛୁଇଁ ପାରେ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସଂକ୍ରମଣ ବଢୁଥିବା ବେଳେ, ରାଜ୍ୟ ସରକାର ମଧ୍ୟ ସ୍ଥିତି ଉପରେ ନଜର ରଖିଛନ୍ତି । ଏଭଳି ସ୍ଥିତିରେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ସେହିପରି ଆଇସିଏମଆର ଅନୁବନ୍ଧିତ କିଟରେ ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।