ରାଜ୍ୟରେ ଉପରମୁହାଁ ରହିଛି କରୋନା ସଂକ୍ରମଣ । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଏବେ ୮ହଜାର ଟପିଲାଣି। ତେବେ ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆସନ୍ତା ୨ମାସ କରୋନା ସଂକ୍ରମଣ ବଢ଼ିକି ରହିବ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ସେ କହିଛନ୍ତି ଅନ୍ୟ ରାଜ୍ୟରେ ମଧ୍ୟ ସଂକ୍ରମଣ ବ୍ୟାପୁଛି । ଅଧିକାଂଶ ଆକ୍ରାନ୍ତଙ୍କର ସାମାନ୍ୟ ଲକ୍ଷଣ ରହୁଛି । ୪ରୁ ୫ଟି ଜିଲ୍ଲାରେ ଟିପିଆର ଅଧିକ ରହିଛି। କିନ୍ତୁ ମୃତ୍ୟୁ, ହସ୍ପିଟାଲାଇଜେସନ ଓ ଆଇସିୟୁର ଆବଶ୍ୟକତା କମ ରହୁଛି । ରୋଗୀ ସଂଖ୍ୟା ଦେଖି ବେଡ଼ ସଂଖ୍ୟା ବଢ଼ାଯିବ | ମାର୍ଚ୍ଚ ପର୍ଯ୍ୟନ୍ତ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।ମଙ୍ଗଳବାର ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ଅନୁସାରେ କ୍ଲଷ୍ଟର କଣ୍ଟେନମେଣ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ଆଜି ରାଜ୍ୟରେ ୮୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୧୫୪୭ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୬୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୯୨ ଜଣ ରହିଛନ୍ତି ।