ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । ପୁଣି ୫ ସରକାରୀ ଅଧିକାରୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ, ଯଥା – ଇଞ୍ଜିନିୟର, ସିଡିପିଓ, ଅଙ୍ଗନୱାଡି ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖ ଅଛନ୍ତି । ବିଦା ହୋଇଥିବା ସରକାରୀ ଅଧିକାରୀମାନେ ହେଲେ ବାରିପଦା ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସ, ଜଗତସିଂହପୁର ବାଲିକୁଦାର ସିଡିପିଓ ସରଳା ଦେଇ, ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁ, ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା, କେନ୍ଦୁଝର ସଦର ତହସିଲ କାର୍ୟ୍ୟାଳୟର ରାଜସ୍ୱ ସୁପରଭାଇଜର ହୃଦାନନ୍ଦ ସାହୁ । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।