ମୁମ୍ବାଇ: ବଲିଉଡ ଅଭିନେତ୍ରୀ କରୀନା କପୁର ପୁଣି ମା’ ହେଲେ । କରୀନା କପୁର ଓ ସୈଫ ଅଲ୍ଲି ଖାନଙ୍କ ଘରକୁ ପୁଣି ଆସିଲେ ନୂଆ ଅତିଥି। ଆଜି ସକାଳୁ ମୁମ୍ବାଇ ସ୍ଥିତ ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ କରୀନା ପୁଣିଥରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏହି ଖୁସି ଖବର ପରେ ଉଭୟ ପରିବାରରେ ଆନନ୍ଦର ଲହରୀ ଖେଳିଯାଇଛି । ଏହି ଖବର ସାମ୍ନାକୁ ଆସିବା ପରେ ତାଙ୍କ ଫ୍ୟାନ୍ସମାନେ ଉଭୟଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି । ପୂର୍ବଥର ଭଳି ଗର୍ଭବତୀ ଥିବା ବେଳେ ମଧ୍ୟ କରିନା କାମ କରିବା ଜାରି ରଖିଥିଲେ ।ସେ କେବେବି କାମ କରିବା ପାଇଁ ଥକିବେ ନାହିଁ ବୋଲି ନିକଟରେ ଦେଇଥିବା ଏକ ସାକ୍ଷାତକାରରେ କହିଥିଲେ ।ଏପରିକି କାମ କରିବା ଦ୍ୱାରା ପେଟରେ ବଢୁଥିବା ଶିଶୁଟି ସୁସ୍ଥ ରହିଥାଏ ବୋଲି କହିଥିଲେ କରିନା କପୁର । ଏବେ ସେ ପୁଣି ଥରେ ମାତୃତ୍ୱ ଲାଭ କରିଛନ୍ତି । ଏହା ସହ ତାଙ୍କର ବଡ ପୁତ୍ର ତୈମୁରଙ୍କୁ ଏକ ଭାଇ ମିଳି ଯାଇଛି । କେବଳ ଫ୍ୟାନ୍ସ ନୁହେଁ ବଲିଉଡ୍ ଜଗତର ଅନେକ ସେଲିବ୍ରିଟି ମଧ୍ୟ କରିନା ଓ କରିନା ଓ ସୈଫ ଉଭୟ ଗତ ବର୍ଷ ଅଗଷ୍ଟରେ ଦ୍ୱିତୀୟ ସନ୍ତାନ ନେଇ ଘୋଷଣା କରିଥିଲେ । ସୋସିଆଲ ମିଡିଆରେ ପୋଷ୍ଟ କରି ଦ୍ୱିତୀୟ ସନ୍ତାନ ପାଇଁ ଆଉ ଅପେକ୍ଷା କରିହେଉ ନାହିଁ ବୋଲି କହିଥିଲେ କରିନା ।