ନୂଆଦିଲ୍ଲୀ,(ଏନଏନଏସ ଓଡ଼ିଆ /୦୮ .୦୨): ଦେଶରେ ଆଜି ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୮୫ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୬ କରୋନା ଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୩,୬୩୯ କୋଟିରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଉତ୍ତର ପ୍ରଦେଶରୁ ଗୋଟିଏ ମୃତ୍ୟୁ ରେକର୍ଡ କରାଯିବା ପରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୧,୧୦୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୮୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।