ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୧୩.୦୨): ରାଜ୍ୟରେ ଏବେ କିଛି ସ୍ଥାନରେ ଦିନରେ ପ୍ରଚଣ୍ଡ ଖରା ଓ ରାତିରେ ଶୀତ ଜାରି ରହିଛି। ଗତକାଲି ରାତିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିଠାରେ ୭.୬ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୧୦.୫ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଆଜି ରାତିରୁ ରାଜ୍ୟର ପାରଦସ୍ତର ଖସିବା ଆରମ୍ଭ କରିବ। ୨ ଦିନରେ ପାଖାପାଖି ୩ ଡିଗ୍ରି ପର୍ଯ୍ୟନ୍ତ ରାତି ତାପମାତ୍ରା ଖସିବ। ଫଳରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ଶୀତ ଓ ଅନ୍ୟ କିଛି ଅଞ୍ଚଳରେ ହାଲୁକା ଶୀତ ଅନୁଭୂତ ହେବ। ଏହା ପରବର୍ତୀ ୨ରୁ ୩ ଦିନରେ ୩ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ। ଫଳରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଅଧିକ ରହିଛି।