ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୨୩.୦୨): ମୁଁ ଆଉ ଲଢିବିନି, ମୋ ପୁଅ ମନ୍ମଥ ରାଉତରାୟ ଜଟଣୀରୁ ଲଢିବ । ମୋତେ 80 ବର୍ଷ ହେଲାଣି । ମୋ ପୁଅ କଂଗ୍ରେସ ଟିକେଟରୁ ଲଢିବ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି କହିଛନ୍ତି ସୁର ରାଉତରାୟ। ମୋ ପୁଅ ସିଦ୍ଧାର୍ଥ ରାଉତରାୟ ଯେଉଁ ପାହାଡ଼ ଚଢି ରେକର୍ଡ କରିଛି । ତା ସଫଳତା ବିଷୟରେ ଜଣେଇବା ପାଇଁ ଯାଇଥିଲି ।
ଭଲ ଆଲୋଚନା ହେଲା । ମୁଖ୍ୟମନ୍ତ୍ରୀ ଏବଂ 5T ସଚିବ ଜାଣି ଖୁସି ହେଲେ । ପ୍ରେସମିଟ୍ କରି ଏନେଇ ସୂଚନା ଦେଇଛନ୍ତି ଜଟଣୀ ବିଧାୟକ ସୁରେଶ ରାଉତରାୟ । ସେ ଆହୁରି ମଧ୍ୟ କହିଛନ୍ତି, କେବଳ ମୋ ବଡ଼ ପୁଅ କଥା ଚର୍ଚ୍ଚା ହେଲା ଅନ୍ୟ କୌଣସି ରାଜନୈତିକ ଚର୍ଚ୍ଚା ହୋଇନାହିଁ । ମୁଁ 55 ବର୍ଷ କଂଗ୍ରେସରେ ରହିଛି ମୋ ସାନ ପୁଅ ମନ୍ମଥ କଂଗ୍ରେସରୁ ହିଁ ଲଢିବ ।