ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୦୯.୦୩): ଆସନ୍ତା କାଲି ଠାରୁ ଆରମ୍ଭ ହେବ ମାଟ୍ରିକ ସମ୍ମେଟିଭ ପରୀକ୍ଷା । ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ମୋଟ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିବା ବେଳେ ୩୦୨୯ଟି କେନ୍ଦ୍ରରେ ହେବ ପରୀକ୍ଷା। ଏହିପାଇଁ ୩୧୬ଟି ନୋଡାଲ ସେଣ୍ଟର ବ୍ୟବସ୍ଥା କରାଯାଇଛି। ମଧ୍ୟମା ଓ ଓପନ ସ୍କୁଲର ପରୀକ୍ଷା ମଧ୍ୟ ଏହି ସମୟ ମଧ୍ୟରେ କରାଯିବ। ମାଟ୍ରିକ ସମ୍ମେଟିଭ ପରୀକ୍ଷା ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ସକାଳ ୮ଟା ରୁ ୧୦ଟା ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ। ଏହି ପରୀକ୍ଷା ୧୦ ତାରିଖରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।