ଭୁବନେଶ୍ୱର(ଏନଏନଏସ୍): ଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି । ଆଜି ବିଭିନ୍ନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏହାସହ ଆଗାମୀ ୩ରୁ ୪ ଦିନ ଯାଏଁ ତାପମାତ୍ରା ହ୍ରାସ ପାଇବ ବୋଲି ମଧ୍ୟ ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।
ଅନ୍ୟପଟେ ଆଜି ସକାଳୁ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଛି । କଟକ, ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ଥଣ୍ଡା ପବନ ଅନୁଭୂତ ହୋଇଛି । କଟକରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇଛି । ଅନ୍ୟପଟେ ଗତ କିଛି ଦିନ ଧରି ରାଜ୍ୟରେ ପ୍ରଚଣ୍ଡ ତାତି ଜାରି ରହିଥିବା ବେଳେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ତେବେ ଏନେଇ ଆଶ୍ୱସ୍ତି ମିଳିପାରେ ବୋଲି ସୂଚନା ମିଳିଛି।