ଭୁବନେଶ୍ୱର(ଏନଏନଏସ୍): ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୧ ଓ ୧୨ତାରିଖ ଦୁଇ ଦିନ ଧରି ଦିଲ୍ଲୀରେ ରହିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ଅଧା ପଡ଼ି ରହିଥିବା ବିଭିନ୍ନ ସରକାରୀ କାର୍ୟ୍ୟର ସମୀକ୍ଷା କରିବା ସହ ସରକାରୀ ଅଧିକାରୀଙ୍କ ସହିତ ଆଲୋଚନା କରିବେ । ମେ’ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି । ତେବେ ଏହି ଗସ୍ତ ସମୟରେ ସେ କୌଣସି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ୟ୍ୟକ୍ରମ ସ୍ଥିର ହୋଇ ନାହିଁ ।