ଭୁବନେଶ୍ୱର(ଏନଏନଏସ୍): ପୁଣି ରାଜ୍ୟରେ ଅସହ୍ୟ ତାତି । ସକାଳୁ ସକାଳୁ କଲବଲ କରୁଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ସକାଳ ୮.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୮ ଡିଗ୍ରି ମଧ୍ୟରେ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ସୂଚନାଯୋଗ୍ୟ, ଗତକାଲି ରାଜ୍ୟର ୧୮ ସହରର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଥିବା ବେଳେ ୪୪ ଡିଗ୍ରି ଉପରେ ରାଜ୍ୟର ଦୁଇ ସହର ରହିଥିଲା। ୪୪.୪ ଡିଗ୍ରି ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବା ବେଳେ ୪୪ ଡିଗ୍ରି ତାପମାତ୍ରାରେ ରହିଥିଲା ଟିଟିଲାଗଡ଼ ସହର।