ଭୁବନେଶ୍ୱର(ଏନଏନଏସ୍): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି । ଆହୁରି ୩ଦିନ ଖରାରେ ସିଝିବ ଓଡ଼ିଶା । ଏନେଇ ୨୧ ତାରିଖ ପର୍ୟ୍ୟନ୍ତ ଅଧିକାଂଶ ସହରର ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିପାରେ। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ଆଶଙ୍କା କରାଯାଉଛି। ପ୍ରବଳ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ଅନ୍ୟପଟେ ସ୍ଥାନେ ସ୍ଥାନେ କାଳବୈଶାଖୀ ହେବାର ସମ୍ଭାବନା ରହିଥିଲେ ମଧ୍ୟ ତାହାର କୌଣସି ସୁଫଳ ମିଳିବ ନାହିଁ। ଗ୍ରୀଷ୍ମ ପ୍ରବାହ ଜାରି ରହିବାକୁ ଥିବାରୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ଗତକାଲି ରାଜ୍ୟର ୨୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।