ଭୁବନେଶ୍ୱର(ଏନଏନଏସ୍): ବଦଳିବ ମାଟ୍ରିକ ପରୀକ୍ଷା ଢାଞ୍ଚା । ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ। ଏନେଇ ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଏଣିକି ଆଉ ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ହେବନାହିଁ । ଏବେ କେବଳ ଦଶମରେ ବାର୍ଷିକ ପରୀକ୍ଷା ହିଁ ହେବ। କିନ୍ତୁ ପୂର୍ବରୁ ହେଉଥିବା ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ । ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ୪ଟି କ୍ୱାର୍ଟରରେ ହେବ। ସେହିଭଳି ନବମ ଶ୍ରେଣୀ ବାର୍ଷିକ ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ର ଯୋଗାଇ ଦିଆଯିବ ।