ଭୁବନେଶ୍ୱର(ଏନଏନଏସ୍): କାଳବୈଶାଖୀ ପ୍ରଭାବରେ ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ ଅମ୍ବାଦଳା ଅନ୍ତର୍ଗତ ଯୁଗପଦର ଚାରି ଗାଁରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛି । ଗୁରୁତର ଆହତଙ୍କୁ କଟକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ମହିଳା ଜଣକ ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରାଘାତର ସିକାର ହୋଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତୁ୍ୟ ହୋଇଥିବା ବେଳେ ତାଙ୍କ ଝିଅ ଏବଂ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ସମସ୍ତଙ୍କୁ ମୁନିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିବା ବେଳେ ଅମ୍ବାଦଳା ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ତଦନ୍ତ ଆରମ୍ଭ କରିଛି ।