ଏନଏନଏସ୍: ଆଜି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପଶ୍ଚିମବଙ୍ଗର ଯେଉଁ ଆହତ ଯାତ୍ରୀମାନେ ଏଠାରେ ଚିକିତ୍ସିତ ହେଉଛନ୍ତି, ସେମାନଙ୍କୁ ଦିଦି ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ। ମମତା ବାନାର୍ଜୀଙ୍କ ସହିତ ଏକ ଟିମ୍ ମଧ୍ୟ ଓଡ଼ିଶା ଆସୁଛନ୍ତି। ସେହି ଟିମ୍ ଭୁବନେଶ୍ୱରକୁ ଯାଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଥିବା ଆହତଙ୍କ ଚିକିତ୍ସାର ଅନୁଧ୍ୟାନ କରିବେ।
ଅନ୍ୟପଟେ ଆଜି ପଶ୍ଚିମବଙ୍ଗର ଯାତ୍ରୀଙ୍କ ମୃତଦେହ ହାୱାଡ଼ାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯାଇ ମୃତକଙ୍କ ଶେଷ ଦର୍ଶନ କରିଛନ୍ତିା ଶୋକସନ୍ତପ ପରିବାରକୁ ସାକ୍ଷାତ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବା ସହ ପରିବାରର ଜଣକୁ ହୋମଗାର୍ଡରେ ଚାକିରିରେ ନିୟୋଜିତ କରିବାକୁ ଘୋଷଣା କରିଛନ୍ତି ।