ଭୁବନେଶ୍ୱର(ଏନଏନଏସ୍): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି । ନିଆଁରେ ସିଝୁଛି ପଶ୍ଚିମ ଓଡ଼ିଶା । ତାତିରେ ଛଟପଟ ହେଉଛି ଜନଜୀବନ । ଆସନ୍ତା ୫ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି । କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ଅଧିକ ରହିବ । ଏନେଇ ଆଜି ସିଭିଅର ହିଟୱେଭ୍ ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ଓ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ଓ ୧୫ ତାରିଖ ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିବା ସହ ୧୬ ତାରିଖ ଯାଏ ଗ୍ରୀଷ୍ମ ଲହରି ଜାରି ରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।