ଭୁବନେଶ୍ୱର(ଏନଏନଏସ୍): ମୌସୁମୀ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଲଘୁଚାପ ପ୍ରଭାବରେ ଆହୁରି ୨ଦିନ ପ୍ରବଳ ବର୍ଷିବ । ଏନେଇ ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଫଳରେ ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ରହିଛି। ଅନ୍ୟପଟେ ଲଘୁଚାପ ପ୍ରଭାବରେ ଆଗାମୀ ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ୨୮ ତାରିଖ ଯାଏଁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛିି । ସେହିଭଳି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।