ଭୁବନେଶ୍ୱର(ଏନଏନଏସ୍): ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଉତ୍ତର ଓଡ଼ିଶା ଓ ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଆସନ୍ତାକାଲିଠୁ କମିପାରେ ବର୍ଷାର ପ୍ରକୋପ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।