ଭୁବନେଶ୍ୱର(ଏନଏନଏସ୍): ଆସୁଛି ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏନେଇ ଆସନ୍ତା ୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉପକୂଳବର୍ତ୍ତୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ ଆସନ୍ତା ୪ ତାରିଖରେ ଅଧିକ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।