ଭୁବନେଶ୍ୱର(ଏନଏନଏସ୍): ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ଓ କେତେ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।
ଅନ୍ୟପଟେ ପ୍ରବଳ ବର୍ଷା ନେଇ ଆଜି ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସୂଚନା ଜାରି କରିଛି ପାଣିପାଗ ବିଭାଗ ।