ଭୁବନେଶ୍ୱର(ଏନଏନଏସ୍): ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ଆସନ୍ତା ସପ୍ତାହ ଆରମ୍ଭରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ୧୬ ତାରିଖ ପରେ ରାଜ୍ୟରେ ପାଗ ବଦଳିବା ସହ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।