ଭୁବନେଶ୍ୱର(ଏନଏନଏସ୍): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ପୁଣି ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅନ୍ୟପଟେ ଆସନ୍ତା ୨୦ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯାହା ୧୯ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ଏନେଇ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅତି ପ୍ରବଳ ବର୍ଷା ପାଇଁ ଆଗାମୀ ୨୪ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।