ଲଘୁଚାପ ପ୍ରଭାବରେ ଆଜି ଓ କାଲି ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ । ଆଜି ଅନୁଗୁଳ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗିର, ବରଗଡ଼, ସୋନପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ଏବଂ ମାଲକାନଗିରି, କୋରାପୁଟ ଓ ଗଜପତିକୁ ଛାଡ଼ି ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର।
ସେହିପରି 21 ତାରିଖରେ ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅଭ୍ୟନ୍ତରିଣ ଓଡ଼ିଶାର ୮ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି । ଲଘୁଚାପ ବର୍ଷା ପ୍ରଭାବରେ ବନ୍ୟା ସ୍ଥିତି ଉପୁଜିବା ନେଇ ମଧ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଚାଷ ଜମି ଜଳମଗ୍ନ ହେବାର ଆଶଙ୍କା ଥିବାରୁ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ଯୋଗୁଁ କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ । ସେହିପରି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ନେଇ ମଧ୍ୟ ଆଶଙ୍କା ରହିଛି । ଏଥିପାଇଁ ପ୍ରସ୍ତୁତ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳଙ୍କୁ କୁହାଯାଇଛି।