ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ମିଳିଛି।ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି।
ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି।