କ୍ୟାପିଟାଲ ହସ୍ପିଟାଲରେ ପିଲା ଅଦଳବଦଳ ଘଟଣା । ମହିଳା ଆଟେଣ୍ଡାଣ୍ଟ ନିଲମ୍ବିତ । ଗତକାଲି କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଆଣିଥିଲେ ପ୍ରାଣକୃଷ୍ଣ ବିଶ୍ୱାଳ । ତାଙ୍କର ସନ୍ତାନ ପ୍ରସବ ପରେ ପୁଅ ହୋଇଛି ବୋଲି ନର୍ସ ତାଙ୍କୁ ଜଣାଇଥିଲେ । ହେଲେ ଶିଶୁ ହସ୍ତାନ୍ତର ବେଳେ ତାଙ୍କୁ କନ୍ୟା ସନ୍ତାନ ଦିଆଯାଇଥିଲା । ଏନେଇ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଲିଖିତ ଅଭିଯୋଗ କରିଥିଲେ ପରିବାର ।ରାଜନଗର ଅଞ୍ଚଳର ପ୍ରାଣକୃଷ୍ଣ ବିଶ୍ବାଳ ଭୁବନେଶ୍ବର ବରମୁଣ୍ଡା ଅଞ୍ଚଳରେ ଘର ଭଡ଼ା ନେଇ ରହନ୍ତି ।
ତାଙ୍କ ପତ୍ନୀଙ୍କର ପ୍ରସବ ଜନିତ ଯନ୍ତ୍ରଣା ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ଆଜି ସକାଳ ୧୦ଟା ୧୫ ସମୟରେ ତାଙ୍କ ପତ୍ନୀଙ୍କର ଅସ୍ତ୍ରୋପଚାର ହୋଇଥିଲା ଓ ଏକ ଶିଶୁ ଜନ୍ମ ଗ୍ରହଣ କରିଥିଲା । ଏହାର ୬ ମିନିଟ୍ ପରେ ଅନ୍ୟ ଏକ ଓଟିରେ ଆଉ ଜଣେ ମହିଳା ମଧ୍ୟ ଏକ ଶିଶୁକୁ ଜନ୍ମ ଦେଇଥିଲେ ।