ସୁନ୍ଦରଗଡ଼; ପୁଣି ୨୫ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ପରୀକ୍ଷା କରାଯାଇଥିବା ୧୦୮ଟି ନମୁନା ମଧ୍ୟରୁ ୨୫ଟି ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ରେ ପହଞ୍ଚିଛି।
ଆଜିର ତାରିଖ ଯାଏ ୩୫୫ ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ସ୍ବାସ୍ଥ୍ୟ ବିଭଗ ସୂଚନା ଦିଆଯାଇଛି।
ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।