ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପାଗରେ ସମାନ୍ୟ ପରିବର୍ତ୍ତନ ଆସିବା ସହ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ୨୩ ଓ ୨୪ ତାରିଖରେ ଗଞ୍ଜାମରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ଅଧିକାଂଶ ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ । ୫ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରଠାରେ ସର୍ବାଧିକ ୧୨.୨ ମିମି, ଟାଙ୍ଗରପଲ୍ଲୀରେ ୧୦.୪ ମିମି ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ପୁରୀ, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ହାଲୁକା ବର୍ଷା ହୋଇଛି । ଦାରିଙ୍ଗବାଡ଼ି ବ୍ୟତୀତ ରାଜ୍ୟର ସମସ୍ତ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା। ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୫.୧ ଡିଗ୍ରୀ ରେକର୍ଡ କରାଯାଇଛି ।