ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସେମାନଙ୍କ ମଧ୍ୟରୁ ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୭ଜଣ, ବରଗଡରୁ ୨ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୫ଜଣ, କଟକରୁ ୨୩ଜଣ, ଦେଓଗଡରୁ ୩ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୭ଜଣ, କଳହାଣ୍ଡରିରୁ ୮ଜଣ, କେନ୍ଦ୍ରାପଡାରୁ ଜଣେ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୨୨ଜଣ, କୋରାପୁଟରୁ ୨ଜଣ, ମୟୂରଭଞ୍ଜରୁ ୮ଜଣ, ନୂଆପଡାରୁ ୨୭ଜଣ, ପୁରୀରୁ ୪ଜଣ, ରାୟଗଡାରୁ ୨ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୨୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।