ସାଧାରଣ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ଅଧିବେଶନ ଓ ଶେଷ ବଜେଟ। ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି ।
ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଉପସ୍ଥାପନ କରିବେ। ଏହା ମୋସନ ଆକାରରେ ଗୃହରେ ଆଗତ ହୋଇ ଆଲୋଚନା ହେବ । ତା’ ପର ଦିନ ଏହି ବ୍ୟୟ ମଞ୍ଜୁରୀ ବିଲ୍ ( କାମଚଳା ବଜେଟ) ପାରିତ ହେବ ।
୧୦ ଓ ୧୧ ତାରିଖ ଶନିବାର ଓ ରବିବାର ପାଇଁ ଛୁଟି ରହିବ । ୧୨ ତାରିଖରେ ଗୃହରେ ସରକାରୀ କାର୍ଯ୍ୟ ଦିବସ ଓ ୧୩ ତାରିଖରେ ଘରୋଇ ସଦସ୍ୟଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ଦିବସ ରହିଛି।