<h3>ଟିକେଟ ଦେଇ ପୁଣି ଫେରାଇ ନେଲା କଂଗ୍ରେସ ।ହଁ ଆଜ୍ଞା କମଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି ଦଳ । କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ହୋଇ ଦଳ ଠାଡିଲେ ଦୁଲାଲ ।ଦୁଲାଦ ନିଜର ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିକଟକୁ ପଠାଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଗତକାଲି ଭାରତୀୟ ଜାତୀୟ କଂଗ୍ରେସ ରବିବାର ୨ଟି ଲୋକସଭା ଆସନ ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବା ପରେ କଂଗ୍ରେସ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା । ସେହିପରି ବାରିପଦା ଓ ଖଣ୍ଡପଡ଼ା ବିଧାନସଭାରେ ମଧ୍ୟ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା । କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ କହିଥିଲେ, କଟକରେ ସୁରେଶ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି ।ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି ଦଳ । ଏଥି ସହିତ ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ କୁମାର ହେମ୍ବ୍ରମ ଓ ଖଣ୍ଡପଡ଼ାରେ ମନୋଜ କୁମାର ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତିଙ୍କୁ ଦଳ ବିଶ୍ବାସ କରିଛି ।</h3>