<h3>ରାଜ୍ୟରେ ଚତୁର୍ଥ ପର୍ୟ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ୟ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଓ ସମ୍ବଲପୁର ଲୋକସଭା ଆସନ ଓ ଏହା ଅଧିନରେ ଥିବା ବିଧାନସଭା ଆସନରେ ଜୁନ୍ ୧ ତାରିଖରେ ହେବ ନିର୍ବାଚନ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତଦାନ ହେବ।ସୂଚନାଯୋଗ୍ୟ,ଏପ୍ରିଲ ୨୯ ତାରିଖରେ ତୃତୀୟ ପର୍ୟ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପର୍ୟ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ।ସେହିପରି ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ୟ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ୟ୍ୟାୟ ଭୋଟ ହେବ। ସେହିପରି ପ୍ରଥମ ପର୍ୟ୍ୟାୟ ଭୋଟ ମେ’ ୧୩ରେ ହେବ।</h3>