<h3>ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି। ଏଥିରେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି।</h3> <h3>ଚଳିତ ସାଧାରଣ ନିର୍ବାଚନର ଭୋଟ୍ ଗଣତି ଆସନ୍ତା ୪ ତାରିଖରେ ଅନୁଷ୍ଠିତ ହେବ। ଭୋଟ୍ ଗଣତି ପୂର୍ବରୁ ମନ୍ତ୍ରିମଣ୍ଡଳ ଭଙ୍ଗ କରିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ଭୋଟ୍ ଗଣତି ପରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଦଳ ସରକାର ଗଢ଼ିବା ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ବାଚନ ପ୍ରକ୍ରିୟା ଅନୁଯାୟୀ, ଜୁନ୍ ୪ରେ ଭୋଟ୍ ଗଣତି ରହିଛି। ଏହା ପୂର୍ବରୁ ରାଜ୍ୟ ସରକାର ତାଙ୍କର କାର୍ୟ୍ୟକାଳ ପୂରଣ ନେଇ ଅବଗତ କରାଇବେ।</h3>