<h3>ଅସହ୍ୟ ଗରମ ଗୁଳିଗୁଳିରେ ହନ୍ତସନ୍ତ ହେଉଛନ୍ତି ଜନସାଧାରଣ ., ପ୍ରବଳ ଖରା ଗରମରେ ଏସି କି କୁଲର ଫ୍ୟାନ କିଛି ବି କାମ କରୁନି |</h3> <h3>ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।</h3> <h3>ସେପଟେ ଆଗାମୀ ୪ ଦିନରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରି ସେଲସିଅସ୍ ବଢ଼ିବପାରେ ବୋଲି କୁହାଯାଉଛି। ବରଗଡ଼, ବଲାଙ୍ଗୀର, ନୂଆପଡ଼ାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା। ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।</h3>