ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢ଼େଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୯ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୭ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୭୧ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୫ଜଣ, ଷ୍ଟେଟ୍ ପୁଲ୍ରୁ ୧୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୨୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୨୦ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୭୪୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୩୦୬୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।