ଆସନ୍ତା ୧୪ ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସୂଚନା ଦେଇଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ., ଗଣମାଧ୍ୟମକୁ ସୂଚନା ଦେଇ ଆଇନ ମନ୍ତ୍ରୀ କହିଛନ୍ତି . ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିସ କରିଥିଲେ ସେଥିର ମୋହର ମାରିଛି ପରିଚାଳନା କମିଟି ପରିଚାଳନା କମିଟିର ବୈଠକରେ ହୋଇଥିବା ସୁପାରିଶ ସରକାରଙ୍କ ପାଖରେ ପହଞ୍ଚିବା ପରେ ଏହାର ଯାଞ୍ଚ କରାଯିବ। ଯେଉଁ ଏସଓପି ସୁପାରିଶ ଆସିବ ତାହାକୁ ନେଇ ବିଭିନ୍ନ ଦିଗରେ ତର୍ଜମା କରାଯିବା ପରେ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ନୀତିକାନ୍ତି ସହ ଖାପଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତ୍ତି ନିଆଯିବ। ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ୟ୍ୟ କରିଛି ସେହି ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ ବୋଲି ଆଇନମନ୍ତ୍ରୀ କହିଛନ୍ତି । ଚାବି କାମ କରୁ କି ନ କରୁ ରତ୍ନଭଣ୍ଡାର ଖୋଲାଯିବ ବୋଲି ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଥିଲେ। ତେବେ ବୁଧବାର ପରିଚାଳନା କମିଟି ବୈଠକରେ ଯାଞ୍ଚ କମିଟିର ପ୍ରସ୍ତାବ ଉପରେ ମୋହର ବାଜିଥିଲା।