ସୁନ୍ଦରଗଡ଼: ସୁନ୍ଦରଗଡ଼ ସଦର ମହକୁମା ଠାରେ ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୩୬ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୧୧୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୩ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ନିମନ୍ତେ ୧୬ ଗୋଟି ଏବଂ ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ୩ ଗୋଟି ଆବେଦନ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୫୬ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ଆଜିର ଏହି ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।