ରାଜ୍ୟରେ କରୋନାର କହର କମୁନି କି ମୃତ୍ୟୁର ତାଣ୍ଡବରେ ବ୍ରେକ ଲାଗୁନି । ରେକର୍ଡ ପରେ ରେକର୍ଡ ହେଉଛି ଦୈନିକ ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭ ଜଣ, ଅନୁଗୁଳ, କଳାହାଣ୍ଡି, ଝାରସୁଗୁଡାରୁ ୪ ଜଣ ଲେଖାଏଁ, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ।
ସେହିପରି ଦେବଗଡ଼, ଯାଜପୁର, କନ୍ଧମାଳ ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।