ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡରୁ ୪, ଗଞ୍ଜାମ, ପୁରୀରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବରଗଡ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି । । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୯୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬୭୫୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥି ସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୮୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୨୫୦୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।