ପୁରୀ: ଆସନ୍ତାକାଲି ମହାବାହୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନବେଦୀଙ୍କୁ ବିଜେ କରିବେ ଶ୍ରୀଜିଉ। ସ୍ନାନବେଦୀରେ ଗଜ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନବେଦୀରେ ଶ୍ରୀବିଗ୍ରହଙ୍କ ହେବ ମହାସ୍ନାନ। ପୂର୍ବବର୍ଷ ପରି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ସ୍ୱତ୍ତ୍ୱଲିପି ଅନୁଯାୟୀ ଆବଶ୍ୟକ ସଂଖ୍ୟକ ସେବାୟତ ନିୟୋଜିତ ହେବେ। କୋଭିଡ୍ ସ୍ଥିତିରୁ ଚଳିତ ବର୍ଷ ଭକ୍ତଙ୍କ ପ୍ରବେଶକୁ ଅନୁମତି ଦିଆଯାଇନାହିଁ। ରଥଯାତ୍ରା ଲାଗି ଗତକାଲି ରାତିରୁ ଶ୍ରୀମନ୍ଦିରକୁ ଆରମ୍ଭ ହୋଇଛି ଦଇତା ପ୍ରବେଶ ନୀତି । ମଙ୍ଗଳ ଆଳତୀ ପରେ ବିଭିନ୍ନ ବାଡ଼ର ଦଇତା ସେବକ ସିଂହଦ୍ୱାର ଦେଇ ପ୍ରବେଶ କରିବା ପରେ ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ଫେରିଛନ୍ତି । ସ୍ନାନଯାତ୍ରା ଲାଗି ଆଜି ରାତିରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହେବ । ଶ୍ରୀଜିଉମାନେ ଧାଡି ପହଣ୍ଡିରେ ସ୍ନାନମଣ୍ଡପକୁ ବିଜେ କରିବେ । ସ୍ନାନଯାତ୍ରା ଲାଗି ଆଜି ରାତିରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହେବ । ଶ୍ରୀଜିଉମାନେ ଧାଡି ପହଣ୍ଡିରେ ସ୍ନାନମଣ୍ଡପକୁ ବିଜେ କରିବେ । ୨୪ ତାରିଖ ସକାଳୁ ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହେହବ । ଅପରାହ୍ନରେ ଗଜଓଲାଗି ବେଶ ପରେ ଆରମ୍ଭ ହେବ । ବାହୁଡ଼ା ପହଣ୍ଡି ଏହିପରେ ଶ୍ରୀଜିଉଙ୍କ ଅଣସର ନୀତି ଆରମ୍ଭ ହେବ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଆଜି ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏଁ ଏହା ବଳବତ୍ତର ରହିବ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏବଂ ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଆୟୋଜନ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପୁରୀ ପ୍ରବେଶ ପାଇଁ ଅନୁମତି ରହିବ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥରେ ୧୫ଟି ସିସିଟିଭି କ୍ୟାମେରା ଲାଗିବ । କେବଳ ପାସଧାରୀ ସେବାୟତଙ୍କୁ ଶ୍ରୀମନ୍ଦିରକୁ ଛଡ଼ାଯିବ। ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଗହଳି ଏଡ଼ାଇବା ବ୍ୟବସ୍ଥା ହୋଇଛି । ଉପ ଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି । ଆଦେଶ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି ।