ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା ଫଳ। କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ହୋଇପାରି ନଥିଲା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ପ୍ରକାଶ କରାଯାଇଛି ଫଳ। କରୋନା ମହାମାରୀ କାରଣରୁ ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ଫଳାଫଳ ପ୍ରକାଶିତ ହୋଇଛି । କଟକ ସ୍ଥିତ ବୋର୍ଡ ଅଫିସ ପରିସରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଫଳାଫଳ ଘୋଷଣା କରିଥିଲେ । ଚଳିତ ବର୍ଷର ପାସ ହାର ୯୭.୮୯ ପ୍ରତିଶତ ରହିଛି । ମୋଟ୍ ୫,୭୪,୧୨୫ ପିଲାଙ୍କ ମଧ୍ୟରୁ ୫, ୬୨, ୦୧୦ ପାସ୍ କରିଛନ୍ତି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ପରୀକ୍ଷା ରେଜଲ୍ଟ ଘୋଷଣା କରିଛନ୍ତି। ଅପରାହ୍ନ ୪ଟା ବେଳେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଥିଲା। ସେହିଭଳି ସନ୍ଧ୍ୟା ୬ଟା ପରଠାରୁ ୨ଟି ୱେବସାଇଟ୍ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଓ୍ଵେବସାଇଟ୍ bseodisha.in ଓ bseodisha.nic.inରେ ଉପଲବ୍ଧ ହେବ ରେଜଲ୍ଟ ହେବ । ଅନ୍ୟପଟେ SMS ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷାଫଳ ପାଇପାରିବେ । ଏଥିପାଇଁ OR01 <Space> Roll No ଲେଖି 5676750କୁ SMS ପଠାଇବାକୁ ହେବ । ସେପଟେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।