ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୨୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୨୩୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ଜଣ ୮୭୭୫୪୦ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୬୩ରେ ପହଞ୍ଚିଥିବା ବେଳେ ଅନ୍ୟରୋଗରେ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୮୩୩୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।