ସମସ୍ତ ସରକାରୀ ଆଇ.ଟି.ଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର। ଛାଡ ହେବ ହଷ୍ଟେଲ ଫି’। ଛାତ୍ରଛାତ୍ରୀଙ୍କର ୯ମାସର ହଷ୍ଟେଲ ଫି’ ଛାଡ କରାଯିବ। ହଷ୍ଟେଲ ଫି’ ଛାଡ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ସରକାରୀ ଆଇ.ଟି.ଆଇରେ ପଢୁଥିବା ରାଜ୍ୟର ୩୦ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। କରୋନା ଭୂତାଣୁ କାରଣରୁ ଏଭଳି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।