ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ସାଢ଼େ ୨୩ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁଯାୟୀ ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୩,୫୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୭,୩୯,୯୮୦ ଓ ମୃତ୍ୟୁସଂଖ୍ୟା ୪,୪୮,୦୬୨ରେ ପହଞ୍ଚିଥିବା ବେଳେ ୨୮,୭୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୧୪,୮୯୮ରେ ପହଞ୍ଚିଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ସୂଚନା ଅନୁଯାୟୀ ଏହା ମଧ୍ୟରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
#CoronaUpdate #NNSODIA